ଆସନ୍ତାକାଲି ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ । ଶନିବାର ଶ୍ରୀଜିଉଙ୍କ ପବିତ୍ର ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ । ଏହା ପୂର୍ବରୁ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି ସହ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ । ସେଥିପାଇଁ ବଡସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତି ୧୨ଟାରୁ ଆସନ୍ତାକାଲି ସକାଳ ୧୧ଟା ଯାଏଁ ଶ୍ରୀମନ୍ଦିରରେ ସବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସ୍ନାନ ପୂର୍ଣ୍ଣିମା ଦିନ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ପ୍ରତ୍ୟକ୍ଷ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଆଜି ପହୁଡ଼ ନୀତି ପରେ ଦଇତାପତିମାନେ ମହାପ୍ରଭୁଙ୍କ ବାହୁଟକଣ୍ଟ ନୀତି କରିବେ। ସେହିପରି ସ୍ନାନଯାତ୍ରା ପହଣ୍ତି ପାଇଁ କୋଠସୁଆଁସିଆମାନେ ଆଜି ରତ୍ନ ସିଂହାସନରେ ଚାରମାଳ ବାନ୍ଧିବାର କାର୍ୟ୍ୟକ୍ରମ ରହିଛି। ଆସନ୍ତାକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ମହାପ୍ରଭୁଙ୍କ ସେନାପଟା ଲାଗି କରିବେ।
