ଅକ୍ଟୋବର 9ରେ ମିଳିବ ସୁଭଦ୍ରା ଟଙ୍କା

ଅକ୍ଟୋବର 9ରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଆଜି ଏହି ଦ୍ୱନ୍ଦ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। ଉପମୁଖ୍ୟ କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ୯ ତାରିଖରେ ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ତାରିଖରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ।

author

Related Articles

Leave a Reply

Your email address will not be published. Required fields are marked *