ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅଯୋଧ୍ୟାରେ ନୂଆ ଆନ୍ତର୍ଜାତୀୟ ବିମାନବନ୍ଦର, ପୁନଃନିର୍ମାଣ ରେଳ ଷ୍ଟେସନ, ଜାତୀୟ ରାଜପଥ ସହ ୧୫ ହଜାର କୋଟିର ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ସେଥିପାଇଁ ଅଯୋଧ୍ୟାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦିବେନ୍ ପଟେଲ । ୧୪ ଶହ ୫୦ କୋଟି ବ୍ୟୟରେ ନିର୍ମିତ ହୋଇଥିବା ବିମାନବନ୍ଦରକୁ ମହର୍ଷି ବାଲ୍ମିକୀଙ୍କ ନାମରେ ନାମିତ କରାଯାଇଛି । ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି । ସହରକୁ ବିଭିନ୍ନ ଫୁଲରେ ସଜା ଯିବା ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅଯୋଧ୍ୟାର ପହଁଛି ସ୍ଥିତି ସମୀକ୍ଷା କରିଛନ୍ତି । ଅଯୋଧ୍ୟା ପାଇଁ ମୋଟ ୧୫ ହଜାର ୭୦୦ କୋଟିର ବିଭିନ୍ନ ଯୋଜନା ଘୋଷଣା କରିବେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ମୋଦୀ ବିଶାଳ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ରେଳ ଷ୍ଟେସନର ପୁନଃନିର୍ମାଣ କରାଯାଇଛି । ଏଥିସହ ମୋଟ ୨ ହଜାର ୩୦୦ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ରହିଛି ।

author

Related Articles

Leave a Reply

Your email address will not be published. Required fields are marked *