ଅଲଗା କୋଶଳ ରାଜ୍ୟ ଲାଗି ବୌଦ୍ଧ ଜିଲ୍ଲାରେ ବନ୍ଦ୍ ପାଳନର କିଛି ଝଲକ

ଅଲଗା କୋଶଳ ରାଜ୍ୟ ଲାଗି ବୌଦ୍ଧ ଜିଲ୍ଲାରେ ବନ୍ଦ୍ ପାଳନର କିଛି ଝଲକ

କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡିଶା ବନ୍ଦ ଡାକରା: ଗାଡି ଚଳାଚଳ, ଦୋକାନ ବଜାର ବନ୍ଦ ପାଇଁ ଅପିଲ କରିଛି କୋଶଳ କ୍ରିୟାନୁଷ୍ଠାନ କମିଟି।ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡିଶା ବନ୍ଦ ଡାକରା ଦେଇଥିବା ବେଳେ ସାରା ବୌଦ୍ଧ ଜିଲ୍ଲାର ଖୁଣ୍ଟିଗୋରା ଠାରୁ ବୌଦ୍ଧର ସମସ୍ତ ଛକରେ ବନ୍ଦ୍ ପାଳନ ଦେଖିବାକୁ ମିଳିଛି । କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ପଶ୍ଚିମ ଓଡିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବି କରାଯାଉଛି । ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ ନେଇ ଏହି ମହାବନ୍ଦ ଡାକରା ଦିଆଯାଇଥିବା କମିଟି ପକ୍ଷରୁ କୁହାଯାଇଛି । ବନ୍ଦ ଡାକରାରେ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ସବଡିଭିଜନକୁ ବନ୍ଦ ଡାକରାରେ ସାମିଲ ପାଇଁ ଆହ୍ୱାନ ଦିଆଯାଇଛି । ଆଜି ସମସ୍ତ ସରକାରୀ, ବେସରକାରୀ ଅଫିସ, ଗାଡି ଚଳାଚଳ ଦୋକାନ ବଜାର ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି । ପଶ୍ଚିମ ଓଡିଶାର ସମସ୍ତ ଅଂଚଳରେ ଦୋକାନ ବଜାର ବନ୍ଦ ରଖିବା ସହ ଗାଡିଚଳାଚଳ ବନ୍ଦ ରଖି ବନ୍ଦ ଡାକରାକୁ ସଫଳ କରିବାକୁ ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ୱାନ ଦେଇଛି । ଓଲିଉଡ ବିବାଦ ପରେ ଅଧିକ ସକ୍ରିୟ ହୋଇଥିବା ମିଳିତ କ୍ରିୟାନୁଷ୍ଠାନ କମିଟି ପଶ୍ଚିମ ଓଡିଶା ବନ୍ଦ ଡାକରା ଦେଇଛି । ସରକାର ମଧ୍ୟ ପଶ୍ଚିମ ଓଡିଶା ପ୍ରତି ପାତର ଅନ୍ତର କରୁଛନ୍ତି । ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଂଚ, ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ, ଏମ୍ସ ହସ୍ପିଟାଲ, କଟନ କରିଡର ପ୍ରତିଷ୍ଠା ଦାବିକୁ ଆଂଚଳିକ ବୈଷମ ଯୋଗୁଁ ଅଣଦେଖା କରାଯାଉଛି । ବୈମାତୃକ ମନୋଭାବ ପୋଷଣ କରି ପଶ୍ଚିମ ଓଡିଶାର ବିକାଶ ରାଜ୍ୟ ସରକାର ଚାହୁଁନଥିବା କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି । ଆଉ ଏହାର ପ୍ରତିବାଦରେ କମିଟି ଆଜି ପଶ୍ଚିମ ଓଡିଶା ବନ୍ଦ ଡାକରା ଦେଇଛି ।

author

Related Articles

Leave a Reply

Your email address will not be published. Required fields are marked *