ଆଗାମୀ ଦୁଇ ଦିନ ଯାଏଁ ବଦଳିବନି ପାଗ; ୧୧ ଯାଏଁ ବର୍ଷା ସମ୍ଭାବନା !

ଆଗାମୀ ଦୁଇ ଦିନ ଯାଏଁ ବଦଳିବନି ପାଗ; ୧୧ ଯାଏଁ ବର୍ଷା ସମ୍ଭାବନା !

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିଛି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ଜଣାପଡିଛି । ତେବେ ଆହୁରି ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହି ଭଳି ପାଗ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ୯, ୧୦, ୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଦୁଇ ଦିନ ପରେ ତାପମାତ୍ରା ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

author

Related Articles

Leave a Reply

Your email address will not be published. Required fields are marked *