ଆଗାମୀ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା

ଆଗାମୀ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା

ଆଗାମୀ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ହେବା ନେଇ ସୂଚନା ମିଳିଛି । ଆଜି କେନ୍ଦୁଝର, ମୟୁରଭଞ୍ଜ, କୋରପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପରରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, କନ୍ଧମାଳ, କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

author

Related Articles

Leave a Reply

Your email address will not be published. Required fields are marked *