ଆରମ୍ଭ ହୋଇଯାଇଛି 2024-25 ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ । ଆଜିଠାରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇ ଆସନ୍ତା 18 ତାରିଖ ପର୍ଯ୍ୟନ୍ତ ଜାରି ରହିବ । ମ୍ୟାଟ୍ରିକ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ନିମନ୍ତେ ଅନଲାଇନରେ ଫର୍ମପୂରଣ ହେବ । ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାରର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍ଲାଇନରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାର ହେବ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ଅନ୍ୟପଟେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସିଲାବସ୍ ଆଧାରରେ ପାଠ୍ୟପୁସ୍ତକର ଅଧା କୋର୍ସ ତଥା ଟର୍ମ-୧ ଅନୁସାରେ ବିଦ୍ୟାଳୟ ସ୍ତରରେ ହୋଇଥିବା ଦୁଇଟି ଇଣ୍ଟର୍ନାଲ୍ ଆସେସ୍ମେଣ୍ଟ ପରୀକ୍ଷା ନମ୍ୱର ଆଜିଠାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ୍ୱେବ୍ସାଇଟରେ ଅପଲୋଡ୍ କରିବେ । ଆଜିଠାରୁ ଆରମ୍ଭ ହେଉଥିବା ଏହି ମାର୍କ ଅପଲୋଡ୍ ପ୍ରକ୍ରିୟା ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ବୋର୍ଡ ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଓ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଯାଇଛି ।