ହାଇକୋର୍ଟଙ୍କ ନିର୍ଦେଶ କ୍ରମେ ଗତକାଲି ହେବାକୁ ଥିବା ମରାମତି କାମ ଏଏସଆଇ ଦ୍ୱାରା ସ୍ଥିଗତ ଥିଲା | ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ କାଲି ଅପରାହ୍ନରେ ବସିଥିବା ବୈଠକରେ ନାଟମଣ୍ଡପ ମରାମତି ନେଇ ଆଲୋଚନା ହୋଇଥିଲା | ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ | ମହାପ୍ରଭୁଙ୍କ ରତ୍ନପଲଙ୍କ ମରାମତି କାର୍ଯ୍ୟ ମଧ୍ୟ ହେବ | ଗରୁଡ଼ ସ୍ତମ୍ଭ ପାଖରେ ଲୁହା ଭାରା ବନ୍ଧାଯିବ। ପ୍ରତିଦିନ ସକାଳ ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ କାମ କରାଯିବ। ମରାମତି କାମ ସମୟରେ ଶ୍ରଦ୍ଧାଳୁ ଓ ସେବାୟତଙ୍କ ସୁରକ୍ଷାକୁ ଧ୍ୟାନ ଦିଆଯିବ। ନୀତିକାନ୍ତି ବ୍ୟାଘାତ ନହେଲା ଭଳି ଦେଖି ମରାମତି କାମ ଚାଲିବ। ଯେତେବେଳେ ନୀତିକାନ୍ତି ନଥିବ, ସେହି ସମୟରେ କାମ କରାଯିବ। କାର୍ତ୍ତିକ ମାସ ସରିଲେ, ପୂର୍ଣ୍ଣ ସମୟ ଦେଇ କାମ କରାଯିବ। ସେହିପରି ଦିବ୍ୟାଙ୍ଗମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024
କୋବି କିଆରୀରେ ବାଘ
- November 16, 2024