ଆଜିଠୁ ଆହୁରି ବଢିବ ବର୍ଷା

ଆଜିଠୁ ଆହୁରି ବଢିବ ବର୍ଷା

ଆଜିଠୁ ଆହୁରି ବଢିବ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିବା ସହିତ ତୁହାକୁ ତୁହା ବର୍ଷା ଲାଗି ରହିଛି । ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେଉଛି । ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେଉଁଠି ଝିପିଝିପି ତ ଆଉ କେଉଁଠି ମୂଷଳଧାରରେ ବର୍ଷୁଛି। ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *