ଜୁନ୍ ୧ ତାରିଖରେ ଅନ୍ତିମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ପ୍ରଚାର ଶେଷ ହେବା ପରେ ଆଜିଠୁ ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାମିଲନାଡୁର କନ୍ୟାକୁମାରୀ ସ୍ଥିତ ବିବେକାନନ୍ଦ ରକ୍ ମେମୋରିଆଲ୍ରେ ଦୀର୍ଘ ୪୮ ଘଣ୍ଟା ଧରି ଧ୍ୟାନ କରିବେ ମୋଦି। ମୋଦିଙ୍କ ଏହି କାର୍ଯ୍ୟକ୍ରମ ପାଇଁ କଡା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ମୋଦି ଧ୍ୟାନସ୍ଥ ଥିବା ବେଳେ ଏହି ସମୟରେ ତାଙ୍କୁ ୨୦୦୦ର ପୁଲିସକର୍ମୀ ଜଗିବେ। ସେହିପରି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟକ୍ରମ ସମୟରେ ବିଭିନ୍ନ ସୁରକ୍ଷା ଏଜେନ୍ସି କଡା ନଜର ରଖିବେ। ସେପଟେ ମୋଦିଙ୍କ ଏହି ଆଧ୍ୟାତ୍ମିକ ଯାତ୍ରାକୁ ନେଇ ବିରୋଧୀ ଟାର୍ଗେଟ୍ କରିଛନ୍ତି। ମୋଦିଙ୍କ ଧ୍ୟାନମୁଦ୍ରାର ଦୃଶ୍ୟ ଟିଭି ଚ୍ୟାନେଲଗୁଡ଼ିକରେ ଯେପରି ପ୍ରସାରଣ କରା ନ ଯିବ, ତାହା ସୁନିଶ୍ଚିତ କରିବା ପାଇଁ କଂଗ୍ରେସ ବୁଧବାର ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରସ୍ଥ ହୋଇଛି। କଂଗ୍ରେସ ନେତା ରଣଦୀପ ସୂର୍ୟ୍ୟେଓ୍ୱାଲା, ଅଭିଷେକ ମନୁ ସିଂଘଭି ଓ ସୟେଦ ନାସିର ହୁସେନ୍ ଇସିଙ୍କୁ ଭେଟି ଏ ସଂକ୍ରାନ୍ତରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏଥିରେ ଗତ କିଛିଦିନ ମଧ୍ୟରେ ବିଜେପି ପକ୍ଷରୁ ୨୭ଥର ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ତାମିଲନାଡୁର ଶାସକ ଦଳ ଡିଏମକେ ପ୍ରଧାନମନ୍ତ୍ରୀଙ୍କ ଆଧ୍ୟାତ୍ମିକ ଗସ୍ତକୁ ଅନୁମତି ନଦେବା ପାଇଁ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିକଟରେ ଆବେଦନ କରିଛି। ଏଥିରେ ସେ ନିର୍ବାଚନ ଆଚରଣ ସଂହିତା ଉଲ୍ଲଙ୍ଘନ ବିଷୟରେ ଉଲ୍ଲେଖ କରିଛନ୍ତି। ତେବେ ଏହା ପୂର୍ବରୁ ୨୦୧୪ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଶିବାଜୀ ମହାରାଜଙ୍କ ପ୍ରତାପଗଡ଼ ଦୁର୍ଗରେ ଧ୍ୟାନସ୍ଥ ହୋଇଥିଲେ। ସେହିପରି ୨୦୧୯ରେ ନିର୍ବାଚନ ପ୍ରଚାର ଶେଷ ହେବା ପରେ କେଦାରନାଥରେ ଧ୍ୟାନସ୍ଥ ହୋଇଥିଲେ।ଆଉ ଚଳିତ ଥର ମଧ୍ୟ ସେ ଧ୍ୟାନରେ ବସୁଥିବା ସୂଚନା ରହିଛି ।
You can share this post!
author
Related Articles
ତେଜିବାରେ ଲାଗିଛି ବରଗଡ ରାଜନୀତି…
- February 9, 2026
ବିଦ୍ୟୁତ କର୍ମଚାରୀଙ୍କ ଆନ୍ଦୋଳନ …
- February 9, 2026
