ଆଜି ଉତ୍କଳ ଦିବସ

ଆଜି ଉତ୍କଳ ଦିବସ

ଆଜି ଓଡିଆଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ଆଜି ହେଉଛି ଉତ୍କଳ ଦିବସ । 1936 ମସିହା ଏପ୍ରିଲ 1 ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୮ ବର୍ଷ ପୂର୍ଣ୍ଣ ହୋଇଛି । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଂଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ଏହି ଦିନକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇଆସୁଛି ।

author

Related Articles

Leave a Reply

Your email address will not be published. Required fields are marked *