ଆଜି ଉତ୍କଳ ଦିବସ; ବୀର ପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଆଜି ଉତ୍କଳ ଦିବସ; ବୀର ପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଭୁବନେଶ୍ଵର: ଆଜି ଉତ୍କଳ ଦିବସ। ଓଡିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ଆଜିର ଦିନରେ ଓଡିଶା ପାଇଥିଲା ନିଜର ଏକ ସ୍ଵତନ୍ତ୍ର ପରିଚୟ। ଆଜି ୮୭ ତମ ଉତ୍କଳ ଦିବସ ପାଳନ କରି ବୀରପୁତ୍ର ମାନଙ୍କ ଗାଥା ଗାଉଛି ଉତ୍କଳ ଦିବସ | ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳନ କରିବେ ପ୍ରତିଟି ଓଡ଼ିଆ । ଏପ୍ରିଲ ୧ରେ ହିଁ ଓଡ଼ିଶା ପାଇଥିଲା ନିଜର ସ୍ୱତନ୍ତ୍ର ପରିଚୟ । ପୂର୍ବରୁ ବିହାରର ଏକ ଅଂଶ ହୋଇ ରହିଥିବା ବେଳେ ୧୯୩୬ ମସିହା ଏପ୍ରିଲ ୧ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡ଼ିଶା । ତେବେ ସେହି ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହାକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ ।

ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ,ସ୍ଵଭାଵ କବି ଗଙ୍ଗାଧର ମେହେର ଓ କର୍ମବୀର ଗୌରୀଶଙ୍କର ରାୟଙ୍କ ପରି ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ | ଓଡିଶା ପ୍ରତି ଏହି ମହାପୁରୁଷ ମାନଙ୍କ ତ୍ୟାଗ , ଆତ୍ମବଳି ଅବିସ୍ମରଣୀୟ |

ତେବେ ଏପ୍ରିଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା ପାଇଥିଲା । ଓଡ଼ିଶାର ସ୍ଵତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଆଜିର ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡ଼ିଆ। କେବଳ ଓଡ଼ିଶା ନୁହେଁ, ନୂଆଦିଲ୍ଲୀ ଓ ଅନ୍ୟାନ୍ୟ ନଗରୀରେ ମଧ୍ୟ ଉତ୍କଳ ଦିବସ ପାଳନ କରାଯାଉଛି ।

author

Related Articles

Leave a Reply

Your email address will not be published. Required fields are marked *