ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶୁକ୍ରବାର ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ମହା ଶିବରାତ୍ରି ଏବଂ ଜାଗର ଯାତ୍ରା ଉପଲକ୍ଷେ ଷୋଡ଼ଶ ଉପଚାର ପୂଜା ନିମନ୍ତେ ରାଜ ପୁରୋଧାଙ୍କ ନୀତି ନିର୍ଦ୍ଧାରଣ ଅନୁଯାୟୀ ସନ୍ଧ୍ୟା ୭ଟାରୁ ସାଢ଼େ ୮ଟା ମଧ୍ୟରେ ପ୍ରଥମ ଚାରିପୂଜା, ରାତି ସାଢ଼େ ୮ଟାରୁ ୧୦ଟା ମଧ୍ୟରେ ପୀଠ ପୁରୋଧାଙ୍କ ଚାରିପୂଜା ଅନୁଷ୍ଠିତ ହେବ। ଏହାପରେ ପ୍ରଥମ ରାଜଦର୍ଶନ, ରାତି ୧ଟାରୁ ସାଢେ ୨ଟା ମଧ୍ୟରେ ରାଜ ପୁରୋଧାଙ୍କ ଚାରିପୂଜା ଏବଂ ରାତି ୩ଟା ମଧ୍ୟରେ ମହା ରୁଦ୍ରାଭିଷେକ, ରାତି ୩ଟାରୁ ୩ଟା ୫୦ମିନିଟ ମଧ୍ୟରେ ମହାସ୍ନାନ ଓ ସୁନା ଅଳଙ୍କାରରେ ମହାପ୍ରଭୁଙ୍କର ନାଗାଭରଣ ବେଶ ସହ ପଞ୍ଚବକ୍ର ପୂଜା ରାଜ ପୁରୋଧାଙ୍କ ଦ୍ୱାରା ସମ୍ପନ କରାଯିବ। ଏହାପରେ ଦ୍ୱିତୀୟ ରାଜଦର୍ଶନ ତଥା ରାଜାଙ୍କର ନାଗାଭରଣ ବେଶ ଦର୍ଶନ, ସେବା ଓ ଆଳତି ଅନୁଷ୍ଠିତ ହେବ। ରାତି ୩ଟା ୫୫ ମିନିଟରେ ମହାଦୀପ ଉଠାଣ ହେବ। ରାତି ୪ଟା ୨୫ରେ ହରିହର ଭେଟ ପୂଜା କରାଯିବ ବୋଲି ଦେବୋତ୍ତର ବିଭାଗ ପକ୍ଷରୁ ଜଣାପଡିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି|
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024