ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ । ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ଲାଗି ରହିଛି । ଆଜି ପାଇଁ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷାର ଚେତାବନୀ ଦେଇଛି ପାଣିପାଗ ବିଭାଗ । ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ. ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଓ ପୁରୀ । ସେହିଭଳି ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଓ ନୟାଗଡ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଚେତାବନୀ ବି ଦିଆଯାଇଛି । ସେହିଭଳି କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024