ଆଜି ପ୍ରଚାର ମଇଦାନକୁ କମ୍ପାଇବେ ଅମିତ ଶାହ

ଆଜି ପ୍ରଚାର ମଇଦାନକୁ କମ୍ପାଇବେ ଅମିତ ଶାହ

ଆଜି ପୁଣି ଥରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ୍ ଶାହା । ନିର୍ବାଚନ ପାଇଁ ଆଉ ମାତ୍ର ଗୋଟିଏ ପର୍ଯ୍ୟାୟ ମତଦାନ ବାକି ଥିବାରୁ ପ୍ରଚାରକୁ ଆହୁରି ଜୋରଦାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପି ଚାଣକ୍ୟ । ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଶାହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଭଦ୍ରକ ଲୋକସଭା କ୍ଷେତ୍ରର ଚାନ୍ଦବାଲିଠାରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ ଅମିତ ଶାହ। ସେହିପରି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଶାହ ଯାଜପୁର ଲୋକସଭା କ୍ଷେତ୍ରର କୋରେଇଠାରେ ଜନସଭାକୁ ସମ୍ବୋଧନ କରିବା କାର‌୍ୟ୍ୟକ୍ରମ ରହିଛି। ଏହାପରେ ଅପରାହ୍ନ ୩ଟାରେ ଜଗତସିଂହପୁର ଲୋକସଭା କ୍ଷେତ୍ରର ନିମାପଡ଼ା ବାରବାଟୀ ପଡ଼ିଆରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ସାମିଲ ହେବେ ଅମିତ ଶାହ।ସେହିପରି ଦୁଇଦିନିଆ ଓଡ଼ିଶା ଗସ୍ତରେ ଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଆଜି ବିଭିନ୍ନ ସ୍ଥାନରେ ବିଜେପି ପାଇଁ ପ୍ରଚାର କରିବେ।

author

Related Articles

Leave a Reply

Your email address will not be published. Required fields are marked *