ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ ବୈଠକ

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଏଥିପାଇଁ ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । ପୁରୀ ଟାଉନ୍ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । କିପରି ସୁରୁଖୁରରେ ଘୋରଯାତ୍ରା କରାଯିବ, ତା ଉପରେ ବିଭିନ୍ନ ଉନ୍ନତୀକରଣ କାଯ୍ୟ ସମ୍ପର୍କରେ ଆଲୋଚନା କରାଯିବ । ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ, ଏହାସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ଆଲୋଚନା କରାଯିବ। ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ।

author

Related Articles

Leave a Reply

Your email address will not be published. Required fields are marked *