ଆଜି ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

ଆଜି ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ


କାର୍ତିକ ମାସ ପଂଚୁକ ପାଞ୍ଚ ଦିନ ଶ୍ରୀମନ୍ଦିର ରେ ମହାପ୍ରଭୁ ପାଞ୍ଚଟି ସ୍ଵତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି | ଆଜି ପବିତ୍ର କାର୍ତିକ ପୁର୍ଣିମା ତିଥିରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନା ବେଶରେ ସଜେଇ ହୋଇଛନ୍ତି କାର୍ତିକମାସ ପୁର୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଥାଏ | ଏହା ସୁନାବେଶର ଅନୁରୂପ । ଅତୀତରେ ଓଡ଼ିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୁରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା । ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । ‌

author

Related Articles

Leave a Reply

Your email address will not be published. Required fields are marked *