ଆଜି ଲଘୁଚାପ, କାଲିଠୁ ବର୍ଷା

ଆଜି ଲଘୁଚାପ, କାଲିଠୁ ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ତେବେ ଆଜି ଲଘୁଚାପ ହେବା ପରେ ଆସନ୍ତା କାଲିଠାରୁ ବର୍ଷା ହେବାକୁ ଯାଉଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶୀତ ପଡିବାକୁ ଆରମ୍ଭ କଲାଣି ଏହି ଭିତରେ ବର୍ଷା ପରେ ଶୀତର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ଲଘୁଚାପପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହା କୁହାଯାଇଛି । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ । ୧୮ ତାରିଖ ବେଳକୁ ବଦଳିପାରେ ପାଗ ।

author

Related Articles

Leave a Reply

Your email address will not be published. Required fields are marked *