ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ସନ୍ଧ୍ୟାରେ ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।
ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୯ ଟା ପର‌୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

author

Related Articles

Leave a Reply

Your email address will not be published. Required fields are marked *