ଆଜି ପ୍ରାର୍ଥୀ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ

ଆଜି ପ୍ରାର୍ଥୀ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ

ଆଜି ପ୍ରାର୍ଥୀ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନାମାଙ୍କନ ଭରିବା ନେଇ ସୂଚନା ମିଳିଛି । ଛତ୍ରପୁର ଉପଜିଲ୍ଲାପାଳଙ୍କ ଅଫିସରେ ଆସି ନାମାଙ୍କନ ଭରିବେ । ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଆସନ୍ତା ମେ’ ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଏଠାରେ ଅନୁଷ୍ଠିତ ହେବ । ଏଥିପାଇଁ ଆଜି ନବୀନ ନାମାଙ୍କନ ଭରିବେ । ସେପଟେ ବବି ଦାସ ମଧ୍ୟ ସମ୍ବଲପୁର ବିଧାନସଭା ଆସନ ପାଇଁ ଆଜି ବିରାଟ ଶୋଭାଯାତ୍ରା କରି ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *