ବିଶ୍ୱର ମହିଳାଙ୍କ ପାଇଁ ଆଜିର ଦିନଟି । ଆଜି ହେଉଛି ବିଶ୍ୱ ଆନ୍ତଜାର୍ତୀୟ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଇ ଆସୁଛି । ମହିଳାମାନେ ଆଜିର ଯୁଗରେ ସବୁ କ୍ଷେତ୍ରରେ ଆଗକୁ ବଢ଼ିଲେଣି । ଅନେକ କ୍ଷେତ୍ରରେ ସେମାନେ ପୁରଷଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି । ଚାଷ କାମ ଠାରୁ ଆରମ୍ଭ କରି ମହାକାଶ ଯାତ୍ରା ହେଉ କି କ୍ରୀଡ଼ା, ବିଜ୍ଞାନ ସବୁ କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କଲେଣି ମହିଳାମାନେ । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା ଓ ପାରଦର୍ଶିତାକୁ ପାଳନ କରିବା ଏହି ଦିନର ଉଦ୍ଦେଶ୍ୟ । ମହିଳାଙ୍କ ପାଇଁ ଅଧିକାର ଓ ସୁଯୋଗର ସମାନତା ନେଇ ଅଧିକରୁ ଅଧିକରୁ ସଚେତନତା ସୃଷ୍ଟି ପାଇଁ ମଧ୍ୟ ଏହି ଦିନ ପାଳନ ହୋଇଥାଏ ।
You can share this post!
author