ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ କନକ ଲାଗି ନୀତି ଅନୁଷ୍ଠିତ ହୁଏ । ତେଣୁ ଆଜି ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି ହୋଇଥିବାରୁ ପ୍ରଭୁଙ୍କ ମୁଖ ଶୃଙ୍ଗାର କରାଯାଏ । ଏହି ନୀତି ପାଇଁ ଜୟା ବିଜୟ ଦ୍ୱାର ବନ୍ଦ ରହିବା ସହ ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ମୁଖ ଶୃଙ୍ଗାର କରିଥାନ୍ତି । ଶ୍ରୀମୁଖ ଶୃଙ୍ଗାର ପାଇଁ ହିଙ୍ଗୁଳ ,ହରିତାଳ ,କସ୍ତୁରୀ ଇତ୍ୟାଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇଦିଆଯାଏ । ଆଜି ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ବନ୍ଦ ରହିଥିବାରୁ ଏହି ୪ ଘଣ୍ଟା ଭକ୍ତ ମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ।

author

Related Articles

Leave a Reply

Your email address will not be published. Required fields are marked *