ଆସନ୍ତାକାଲି କିଛି ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି କିଛି ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତା କାଲି ଶ୍ରୀନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟ ୩ ରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଖବର ଅନୁଯାୟୀ, ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀଜୀଉଙ୍କ ଏହି ସ୍ୱତନ୍ତ୍ର ନୀତିି କରାଯାଏ । ଦତ୍ତ ମହାପାତ୍ରଙ୍କ ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତି ଅନୁଷ୍ଠିତ ହେଲା ବେଳକୁ ଅପରାହ୍ଣ ହେବ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ହେବ । ତେବେ ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ ।

author

Related Articles

Leave a Reply

Your email address will not be published. Required fields are marked *