ଆସନ୍ତାକାଲି ଠାରୁ ପ୍ରବଳ ବର୍ଷିବ

ଆସନ୍ତାକାଲି ଠାରୁ ପ୍ରବଳ ବର୍ଷିବ

ଆସନ୍ତାକାଲି ଠାରୁ ପ୍ରବଳ ବର୍ଷିବ । ଆସନ୍ତାକାଲି ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ସଦୃଶ ଲଘୁଚାପ ଅବପାତର ରୂପ ନେଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ -ଦକ୍ଷିଣ-ପୂର୍ବରେ ଅବପାତ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଗଭୀର ଅବପାତ ହେବ । ପରବର୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଓଡିଶା, ଝାଡଖଣ୍ଡ ଦେଇ ଛତିଶଗଡ ମୁହାଁ ହେବ । ଏହା ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

author

Related Articles

Leave a Reply

Your email address will not be published. Required fields are marked *