ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି

ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି

ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ବାଚସ୍ପତି ସ୍ବର୍ଗତ ମହେଶ୍ୱର ମହାନ୍ତି, ପୂର୍ବତନ ଉପମନ୍ତ୍ରୀ ସରସ୍ବତୀ ପ୍ରଧାନ,ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା , ପୂର୍ବତନ ସଦସ୍ୟ ରବି ଦାସ ,ଯୁଦ୍ଧିଷ୍ଟର ସାମନ୍ତରାୟ , ପୂର୍ବତନ ଲାନସ ହାବିଲ୍ଦାର ,୬୨୦ ଇ.ଏମ . ଇ ବାଟାଲିଅନ ସରୋଜ କୁମାର ଦାସ, ପୂର୍ବତନ କନେଷ୍ଟବଳ, ୨୬୦ ବାଟାଲିଅନ ବି . ଏସ .ଏଫ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିବା ବେଳେ ଏହାକୁ ବିରୋଧୀ ସମର୍ଥନ ଜଣାଇଥିଲେ । ଉଭୟ କୋଶଳୀ ଓ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଶୋକପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ ଜଣାଇବା ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ ଗୃହର ସମସ୍ତ ସଦସ୍ୟ । ଆସନ୍ତା ଡିସେମ୍ବର ୩୦ ଯାଏଁ ଚାଲିବ ବିଧାନସଭାର ଶୀତ ଅଧିବେଶନ । ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭାର ନୂଆ ଉପ-ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ସାଲୁଗା ଉପ-ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *