ଆସନ୍ତା ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆସନ୍ତା ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ରାଜ୍ୟରେ ନୂଆ ସରକାର ଆସିବା ସହିତ ଅନେକ କିଛି ଦିଗରେ ପରିବର୍ତ୍ତନ ଆସିଛି । ପ୍ରଥମେ ଶ୍ରୀମନ୍ଦିରର ଚାଦିଦ୍ୱାର ଖୋଲିବା ପରେ ଏବେ ରତ୍ନ ଭଣ୍ଡାର ଖୋଲାଯିବା ନେଇ ପ୍ରସ୍ତୁତି ଚାଲିଛି । ଆସନ୍ତା ଜୁଲାଇ ୮ ତାରିଖରେ ଶ୍ରୀମନ୍ଦିରର ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ଏଥିପାଇଁ ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥର ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଥିପାଇଁ ସ୍ୱତନ୍ତ୍ର କମିଟି ମଧ୍ୟ ଗଠନ କରାଯାଇଛି । ଏହି ଟିମ୍ ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ ଏବଂ ଯାଞ୍ଚ କରିବେ । ୨୦୧୮ ହୋଇଥିବା ଯାଞ୍ଚର ରିପୋର୍ଟ ଅନୁସାରେ ରତ୍ନ ଭଣ୍ଡାର ବାହାର ଓ ଭିତରେ ଯାହା କିଛି ସମସ୍ୟା ରହିଛି ତାକୁ ମରାମତି କରାଯିବା ସହ ରତ୍ନଭଣ୍ଡାର ଭିତରେ ଥିବା ସୁନା ଅଳଙ୍କାରର ମଣୋତି କରାଯିବ । ତେବେ ଶ୍ରୀମନ୍ଦିର ପ୍ରଶାସନ, ପଶାୟତ କମିଟିର ଉପସ୍ଥିତିରେ ଏଏସଆଇ ଟିମ୍ ୮ ଦିନ ଭିତରେ ଏହି କାର‌୍ୟ୍ୟକୁ ସମାପ୍ତ କରିବାକୁ ଚେଷ୍ଟା କରିବ ବୋଲି ସୂଚନା ରହିଛି ।

author

Related Articles

Leave a Reply

Your email address will not be published. Required fields are marked *