ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ରାଜନାଥ ସିଂ

ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ରାଜନାଥ ସିଂ

ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡିଶାକୁ କେନ୍ଦ୍ରମନ୍ତ୍ରୀଙ୍କ ସିରିଜ୍ ଗସ୍ତ ଆରମ୍ଭ ହୋଇଛି । ବିଜେପିର ହେଭିୱେଟ ନେତା ଏବେ ଘନଘନ ଓଡିଶା ଗସ୍ତରେ ଆସୁଛନ୍ତି । ତେବେ ଏହି କ୍ରମରେ ଏବେ ଓଡିଶା ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ରାଜନାଥ ସିଂ । ୩ଟି ଜିଲ୍ଲା ନବରଙ୍ଗପୁର, ଗଂଜାମ ଓ ମୟୂରଭଂଜରେ ବିଭିନ୍ନ କାର‌୍ୟ୍ୟକ୍ରମରେ ସାମିଲ ହେବେ । ନବରଙ୍ଗପୁର ଓ ମୟୂରଭଂଜରେ କୋର କମିଟି ବୈଠକରେ ଯୋଗ ଦେବେ । ଗଂଜାମରେ ଆୟୋଜିତ କର୍ମୀ ସମ୍ମିଳନୀରେ ସାମିଲ ହୋଇ ୨୦୨୪ ନିର୍ବାଚନ ରଣନୀତି ବାବଦରେ ସମ୍ବୋଧନ କରିବେ । ଏହାପୂର୍ବରୁ ଶିବରାଜ ସିଂ ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କର୍ମୀଙ୍କୁ ନିର୍ବାଚନୀ ମନ୍ତ୍ର ଦେଇଥିଲେ ।

author

Related Articles

Leave a Reply

Your email address will not be published. Required fields are marked *