ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି । ରଥଯାତ୍ରା ପାଇଁ ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ମନ୍ଦିର ଭିତରକୁ ଠଓଚଙ୍କ ପ୍ରବେଶକୁ ବାରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ କହିଛନ୍ତି, ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ବିଶେଷ କରି ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ ।

author

Related Articles

Leave a Reply

Your email address will not be published. Required fields are marked *