ଆସୁଛି କାଳବୈଶାଖୀ !

ଆସୁଛି କାଳବୈଶାଖୀ !

ଅସମ୍ଭାଳ ତାତିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ । ଆଗାମୀ ଦୁଇ ଦିନରେ ତାପମାତ୍ରାରେ ପରିବର୍ତ୍ତନର ସମ୍ଭାବନା କମ ରହିଛି । ଆଗକୁ ଆହୁରି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି । ଅସହ୍ୟ ଗରମରେ ଘରୁ ବାହାରିବା ବି ସମ୍ଭବ ହେଉନି । ଏମିତି କି ଖରାକୁ ଦୃଷ୍ଟିରେ ରଖି ସ୍କୁଲ ମଧ୍ୟ ଛୁଟି ଘୋଷଣା କରାଯାଇଛି । ହେଲେ ପରିବର୍ତ୍ତି ସମୟରେ ଦିନ ତାପମାତ୍ରା ସାମାନ୍ୟ ହ୍ରାସ ସମ୍ଭାବନା ରହିଛି । କାଳ ବୈଶାଖୀ ପ୍ରଭାବରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ତେବେ ଆଶା କରାଯାଉଛି ଖୁବଶୀଘ୍ର କାଳବୈଶାଖୀ ପ୍ରଭାବରେ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି ।

author

Related Articles

Leave a Reply

Your email address will not be published. Required fields are marked *