ଆହୁରି ୫ ଦିନ କାଚିବ ପ୍ରବଳ ବର୍ଷା

ଆହୁରି ୫ ଦିନ କାଚିବ ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା । କେଉଁ କେଉଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି ତ ଆଉ କେଉଁଠି ମଧ୍ୟମ ଧରଣର ବର୍ଷା ଲାଗି ରହିଛିା ଆଉ ଏହିଭଳି ପରିସ୍ଥିତି ଆସନ୍ତା ୫ ଦିନ ପ ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛିା ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କେନ୍ଦୁଝର. ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ପାଣିପାଗ ବିଭାଗ ଜାରି କରିଛି । ୩ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ସେହିପରି ୩୧ ତାରିଖ ବୁଧବାର ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author

Related Articles

Leave a Reply

Your email address will not be published. Required fields are marked *