ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି ; ଚାଷୀଙ୍କୁ ମିଳିଲା କାଳିଆ ସହାୟତା

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି ; ଚାଷୀଙ୍କୁ ମିଳିଲା କାଳିଆ ସହାୟତା

ଭୁବନେଶ୍ଵର:

ଉତ୍କଳ ଦିବସରେ ଚାଷୀ ମାନଙ୍କୁ ଉପହାର ଭେଟିଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ରାଜ୍ୟର ସମସ୍ତ ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ଉପହାର ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ୟାଙ୍କ ଖାତାକୁ ଦିଆଯାଇଛି । ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି ତେଣୁ ଆଜିର ପବିତ୍ର ଦିନ ରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ ।

ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନ ରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ।

author

Related Articles

Leave a Reply

Your email address will not be published. Required fields are marked *