ଉତ୍ସବମୁଖର ଶଙ୍ଖକ୍ଷେତ୍ର,ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଉତ୍ସବମୁଖର ଶଙ୍ଖକ୍ଷେତ୍ର,ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବାକି 2 ଦିନ । ଉତ୍ସବମୁଖର ହୋଇଉଠିଲାଣି ଶ୍ରୀକ୍ଷେତ୍ର ପୁରୀ । ଆଜିଠାରୁ ତିନିଦିନ ପର୍ଯ୍ୟନ୍ତ ହୋମଯଜ୍ଞ ଚାଲିବ । ହୋମଯଜ୍ଞ ସାଙ୍ଗକୁ ଚଣ୍ଡୀପାଠ ସହ ଅନ୍ୟାନ୍ୟ ମନ୍ତ୍ରପାଠ କରୁଛନ୍ତି । ବେଦପାଠ ସାଙ୍ଗକୁ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚାରି ଦ୍ୱାର । ଏହା ପରେ ଅଖଣ୍ଡ ଦୀପ ପ୍ରଜ୍ୱଳନ କରି ମହାଯଜ୍ଞର ଶୁଭାରମ୍ଭ କରାଯିବ ।ଅପରାହ୍ନ ୩ଟାରେ ଶ୍ରୀମନ୍ଦିର ରୋଷଶାଳାରୁ ଅଗ୍ନି ଅଣାଯାଇ ଯଜ୍ଞ କାର୍ଯ୍ୟ ଆରମ୍ଭ କରାଯିବ । ଅନ୍ୟପଟେ ଶ୍ରୀମାର୍ଗ ଏବଂ ଶ୍ରୀସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି ଏବଂ ଏହା ଉପରେ ଟ୍ରାଏଲ ରନ କରାଯିବ । ଜାନୁୟାରୀ 17ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ପ୍ରଶାସନ ।

author

Related Articles

Leave a Reply

Your email address will not be published. Required fields are marked *