ଉନ୍ମୋଚନ ହେଲା ସୁଭଦ୍ରା ପୋର୍ଟାଲ

ଉନ୍ମୋଚନ ହେଲା ସୁଭଦ୍ରା ପୋର୍ଟାଲ

ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ ସୁଭଦ୍ରାର ସମସ୍ତ ସୂଚନା । ସୁଭଦ୍ରା ପୋର୍ଟାଲ- subhadra.odisha.gov.inରେ ସମସ୍ତ ସୂଚନା ପାଇ ପାରିବେ । କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ କି କୌଣସି ପ୍ରକାର ସଂଶୟ ଥିଲେ ପୋର୍ଟାଲରୁ ହିଁ ଜାଣିହେବ ବୋଲି କହିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୂଚନା ଦେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି ଯେ, ଫର୍ମ ବଣ୍ଟନ ଆରମ୍ଭ ହୋଇଛି, ୪ରୁ ଫର୍ମ ସଂଗ୍ରହ ଆରମ୍ଭ ହେବ । ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବାକୁ ହେବ । ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରିବାକୁ ହେବ । ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ହେବ ବୋଲି ମଧ୍ୟ କହିଛନ୍ତି । ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା କିସ୍ତି ୧୭ରୁ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ । ସବୁ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

author

Related Articles

Leave a Reply

Your email address will not be published. Required fields are marked *