ଓଡିଶା ଗସ୍ତରେ ଏସଆଇଟି ଅଧ୍ୟକ୍ଷ

ଓଡିଶା ଗସ୍ତରେ ଏସଆଇଟି ଅଧ୍ୟକ୍ଷ

ଚାରିଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ । ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ପଶାୟତ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଆଜି ଅପରାହ୍ଣରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଗଣତି ପାଇଁ ଗଠିତ ସ୍ୱତନ୍ତ୍ର କମିଟି ସହ ବୈଠକ କରିବେ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ନେତୃତ୍ୱରେ ଏକ ୧୨ ଜଣିଆ କମିଟି ଗଠନ କରାଯାଇଛି । ରତ୍ନଭଣ୍ଡାର କମିଟି ସହ ରତ୍ନଭଣ୍ଡାର ଅନୁଧ୍ୟାନ ସଂପର୍କରେ ଆଲୋଚନା କରିବେ ବୋଲି ଜଣାପଡିଛି ।

author

Related Articles

Leave a Reply

Your email address will not be published. Required fields are marked *