କଲବଲ କରୁଛି ଅସହ୍ୟ ତାତି; ସକାଳୁ ଟପିଲାଣି ୩୫ ଡିଗ୍ରୀ

କଲବଲ କରୁଛି ଅସହ୍ୟ ତାତି; ସକାଳୁ ଟପିଲାଣି ୩୫ ଡିଗ୍ରୀ

ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ଦିନ ସହ ରାତିରେ ବି ତାତିରୁ ତ୍ରାହି ମିଳୁନି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକାଳ ସାଢେ ୮ଟା ସୁଦ୍ଧା ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଅତିକ୍ରମ କରିଛି । ୩୫.୮ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଅନୁଗୁଳ ଓ ବାଲେଶ୍ୱରରେ ୩୫ ଡିଗ୍ରୀ , ଜଗତସିଂହପୁରରେ ୩୪.୮, ଭବାନୀପାଟଣା, ନୟାଗଡ ଓ ବାରିପଦାରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ପାରଦ ୩୩.୪ ଡିଗ୍ରୀ ଛୁଇଁଛି । ଆହୁରି ଦୁଇ ଦିନ ଯାଏ ତାତିରୁ ନିସ୍ତାର ମିଳିବନି । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଆଜିଠୁ ଆସନ୍ତା ରବିବାର ଅର୍ଥାତ ୨୦ ତାରିଖ ଯାଏଁ ରାଜ୍ୟର ୪ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ, ନୂଆପଡା ଓ ଗଜପତି ଜିଲ୍ଲା । ତେଣୁ ଏହି ୪ ଜିଲ୍ଲାକୁ ସିଭିୟର ହିଟ ୱେଭ ପାଇଁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *