କଲବଲ କରୁଛି ଘନ କୁହୁଡି; ୧୧ ଜିଲ୍ଲାକୁ ଆଲର୍ଟ ଜାରି

କଲବଲ କରୁଛି ଘନ କୁହୁଡି; ୧୧ ଜିଲ୍ଲାକୁ ଆଲର୍ଟ ଜାରି

କଲବଲ କରୁଛି ଘନ କୁହୁଡି । ସକାଳୁ ଦେଖାଯାଉନି ରାସ୍ତାଘାଟ । ଚାରିଆଡି କୁହୁଡି ଯୋଗୁଁ ବିଭିନ୍ନ ସ୍ଥାନରୁ ଦୁର୍ଘଟଣାର ଖବର ଆସୁଥିବା ବେଳେ ଆହୁରି ୩ ଦିନ ପର୍ଯ୍ୟନ୍ତ କୁହୁଡିର ପ୍ରଭାବ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଜାରି ରହିଛି । ସେପଟେ ୨୪ ତାରିଖ ବେଳକୁ ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ୱରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳକୁ ଆଲର୍ଟ ଜାରି ହୋଇଛି । ଘନକୁହୁଡ଼ିକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିବହନ ଓ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏଥିସହ ଦୁର୍ଘଟଣା ଏଡ଼ାଇବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *