କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ବାତ୍ୟା ମିଗଜମ

କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ବାତ୍ୟା ମିଗଜମ

ମିଗଜୋମ ଏବେ ବଙ୍ଗୋପସାଗରରେ ବଳ ଗୋଟାଇ ଅଧିକ ଘନୀଭୂତ ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ଲ୍ୟାଣ୍ଡଫଲ କରିବ ବାତ୍ୟା ମିଗଜମ । ଆଉ କିଛି ସମୟ ପରେ ଆନ୍ଧ୍ର ଉପକୂଳ ବାପାଟଲାରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବର୍ତ୍ତମାନ ୯ କିଲୋମିଟର ବେଗରେ ଗତି କରୁଛି । ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । ନେଲୋରରୁ ୩୦ କିଲୋମିଟର ଓ ବାପାଟଲାରୁ ୧୩୦କିଲୋମିଟର ଦୂରରେ ରହିଛି ବାତ୍ୟା ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୧୦୦ କିଲୋମିଟର ରହିବ । ପବନର ଝଟକା ୧୨୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ବାତ୍ୟାର ପ୍ରଭାବରେ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଭୋରରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଲାଗିରହିଛି ବର୍ଷା । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ୧୨ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *