କେନ୍ଦୁଝର ଗସ୍ତରେ ରାଷ୍ଟ୍ରପତି

କେନ୍ଦୁଝର ଗସ୍ତରେ ରାଷ୍ଟ୍ରପତି

୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଦ୍ୱିତୀୟ ଦିନରେ ମହାମହିମଙ୍କର କେନ୍ଦୁଝର ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଆଜି କେନ୍ଦୁଝର ଯାଇ ଗୋନାସିକା କଦଳୀବାଡ଼ି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ୱତନ୍ତ୍ର କାର‌୍ୟ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେଇଠୁ ଫେରି ଉତ୍କଳ ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ସେହିପରି ଆସନ୍ତାକାଲି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ। ପରେ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ।

author

Related Articles

Leave a Reply

Your email address will not be published. Required fields are marked *