ଖଲ୍ଲିକୋଟ ରାଣୀ ସୁଜ୍ଞ ଦେଓଙ୍କର ଆଜି ହେବ ଶେଷକୃତ୍ୟ

ଖଲ୍ଲିକୋଟ ରାଣୀ ସୁଜ୍ଞ ଦେଓଙ୍କର ଆଜି ହେବ ଶେଷକୃତ୍ୟ

ଆଜି ହେବ ଖଲ୍ଲିକୋଟ ରାଣୀ ତଥା ୧୦ଥରର ବିଧାୟିକା ଭି.ସୁଜ୍ଞାନ କୁମାରୀଙ୍କ ଶେଷକୃତ୍ୟ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଥିବା ରାଜ ପରିବାରର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ଗତକାଲି ରାତିରେ ତାଙ୍କ ପାର୍ଥିବ ଶରୀରକୁ ସ୍ୱତନ୍ତ୍ର ବିମାନ ଯୋଗେ ଚେନ୍ନାଇରୁ ଭୁବନେଶ୍ୱର ଅଣାଯାଇଥିଲା । ବିମାନବନ୍ଦରରୁ ତାଙ୍କ ପାର୍ଥିକ ଶରୀରକୁ ବିଜେଡି କାର୍ଯ୍ୟାଳୟ ନିଆଯାଇଥିଲା । ସେଠାରେ ଦଳୀୟ କର୍ମୀ, ନେତାମାନେ ଶେଷ ଦର୍ଶନ କରିବା ସହିତ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହା ପରେ ସୁଜ୍ଞାନ ଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନିଆଯାଇଥିଲା। ସେଠାରେ ବାଚସ୍ପତି ଓ ବିଧାୟକମାନେ ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପରେ ତାଙ୍କ ପାର୍ଥିବ ଶରୀରକୁ ଖଲ୍ଲିକୋଟ ଅଭିମୁଖେ ନିଆଯାଇଥିଲା। ସେଠାରେ ବହୁ ବିଧାୟକ, ମନ୍ତ୍ରୀ, ସମର୍ଥକ ଓ ଅଞ୍ଚଳବାସୀ ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

author

Related Articles

Leave a Reply

Your email address will not be published. Required fields are marked *