ଗଜପତିରେ ବୁଲୁଛି ମହାରାଷ୍ଟ୍ରର ବାଘ

ଗଜପତିରେ ବୁଲୁଛି ମହାରାଷ୍ଟ୍ରର ବାଘ

ଗଜପତିରେ ବୁଲୁଛି ମହାରାଷ୍ଟ୍ରର ବାଘ । ରାଜ୍ୟ ଡେଇଁ ଓଡ଼ିଶା ଆସିଛି ମହାବଳ । ମହାରାଷ୍ଟ୍ରର ଚନ୍ଦ୍ରପୁରୀ ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନରୁ ଓଡ଼ିଶା ପ୍ରାୟ ୨ ହଜାର କିଲୋମିଟର ଅତିକ୍ରମ କରି ବାଘଟି ଆସିଥିବା କୁହାଯାଉଛି । ଏହା ମଧ୍ୟ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ଚକିତ କରିଛି । ଭାରତରେ ବାଘ ଅତିକ୍ରମ କରିଥିବା ଏହା ଦ୍ବିତୀୟ ଦୀର୍ଘ ପଥ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି | ଓଡ଼ିଶା-ଆନ୍ଧ୍ର ସୀମା ଗଜପତି ଜିଲ୍ଲା ରାୟଗଡ଼ ଅଞ୍ଚଳରେ ଘୁରି ବୁଲୁଛି ମହାବଳ । ବନ ବିଭାଗ ପକ୍ଷରୁ କରାଯାଇଥିବା ଫଟୋକୁ ଯାଂଚ କରି ବାଘଟି ମହାରାଷ୍ଟ୍ରର ବୋଲି ୱାଇଲ୍ଡ ଲାଇଫ୍ ଇନ୍ଷ୍ଟିଚ୍ୟୁଟ୍ ପକ୍ଷରୁ କୁହାଯାଇଛି । ଗଜପତି ଜିଲ୍ଲା ଅଁଳାବର ଜଙ୍ଗଲରେ ବୁଲୁଥିବା ଏବଂ ଗାଈଗୋରୁ ମାରି ଖାଉଥିବା ଖବର ଆସିଛି । ଟ୍ରାପ୍ କ୍ୟାମେରାରେ କଏଦ ହୋଇଛି ବାଘର ଦୃଶ୍ୟ । ବାଘ ଚଳପ୍ରଚଳ କରୁଥିବାରୁ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ତେବେ ମହାବଳ ବାଘ ଉପରେ ନଜର ରଖିବାକୁ ବନ ବିଭାଗ ପକ୍ଷରୁ ୫ଟି ସ୍ବତନ୍ତ୍ର ଟିମ୍ ଗଠନ ହୋଇଛି ।

author

Related Articles

Leave a Reply

Your email address will not be published. Required fields are marked *