ଗଞ୍ଜାମ ଜିଲ୍ଲାର ସୁନାପୁର ବିଚ୍କୁ ମିଳିଲା ଆନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚ୍କୁ ମାନ୍ୟତା । ପୁରୀ ପରେ ଗଞ୍ଜାମର ବିଚ୍କୁ ଏହି ମାନ୍ୟତା ମିଳିଛି । ଏ ସମ୍ପର୍କରେ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଫଟୋ ସେୟାର କରିବା ସହ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ । ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁପ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ପୁରୀ ବିଚକୁ ବ୍ଲୁ ଫ୍ଲାଗ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଥିଲା। ସୁନ୍ଦର ପରିବେଶ ଓ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସୁବିଧା ପାଇଁ ଏହି ମାନ୍ୟତା ମିଳିଥିଲା। ଡେନମାର୍କର ସଂସ୍ଥା ଫାଉଣ୍ଡେସନ ଫର୍ ଏନଭାଇରନମେଣ୍ଟାଲ ଏଜୁକେସନ- ୠଋଋ ପକ୍ଷରୁ ଦିଗବାରେଣୀ ଖୁଣ୍ଟିଠାରୁ ମେ ଫେୟାର ହୋଟେଲ ଯାଏ ୮୬୦ ମିଟର ଲମ୍ବର ବେଳାଭୂମିକୁ ବ୍ଲୁ ଫ୍ଲାଗ ବିଚ୍ ମାନ୍ୟତା ମିଳିଥିଲା।
You can share this post!
author
Related Articles
ତେଜିବାରେ ଲାଗିଛି ବରଗଡ ରାଜନୀତି…
- February 9, 2026
ଦୁଇ ମୋହନଙ୍କ ପାଇଁ ଭାଙ୍ଗିବ ବିଜେପି !
- February 9, 2026
ବିଦ୍ୟୁତ କର୍ମଚାରୀଙ୍କ ଆନ୍ଦୋଳନ …
- February 9, 2026
