ନିର୍ବାଚନକୁ ମାସ କେଇଟା ବାକି ରହିଲା । ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା କରାଯାଇଛି । ଘରେ ରହି ଭୋଟ ଦେବେ ବୟସ୍କ,ଦିବ୍ୟାଙ୍କ ଓ ଅସୁସ୍ଥ ଭୋଟର । ସେମାନଙ୍କ ପାଇଁ ହୋମ ଭୋଟରିଂର ବ୍ୟବସ୍ଥା କରାଯିବ । ଏହା ସହ ପୁଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ଭୋଟ୍ ଦେବା ପାଇଁ ବ୍ୟବସ୍ଥା କରାଯାଇଛି ।ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି । ଏଥିପାଇଁ କାମ ଚାଲିଛି କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।
You can share this post!
author