ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ; ଚାଲିଗଲା ୬ ଜଣଙ୍କ ଜୀବନ

ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ; ଚାଲିଗଲା ୬ ଜଣଙ୍କ ଜୀବନ

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରା ପାର୍ଟି ଟ୍ରକ୍। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୬ ଜଣଙ୍କର ଜୀବନ ଯାଇଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏବେ ବି ଟ୍ରକ ତଳେ ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ଦ୍ୱାରଶୁଣି ଘାଟି ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ଖସି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚିଥିବା ବେଳେ ଉଦ୍ଧାରକାର‌୍ୟ୍ୟକୁ ତ୍ୱରାନିତ୍ୱ କରାଯାଇଛି । ସମସ୍ତ ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଟ୍ରକଟି ଘାଟି ତଳକୁ ଖସି ଖଣ୍ଡ ବିଖଣ୍ଡିତ ହୋଇଛି ।


ସୂଚନା ଅନୁସାରେ, ଧଉଳି ଗଣନାଟ୍ୟର କର୍ମଚାରୀ ଆଜି ସକାଳେ ଏକ ଟ୍ରକ୍ରେ ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲେ। ଗାଡ଼ିଟି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ବାଙ୍ଗିରିପୋଷି ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଶେଷ ମୋଡରେ ଡ୍ରାଇଭରଜଣକ ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡ଼ିଟି ରାସ୍ତା ପ୍ରାୟ ୨୦ ଫୁଟ ତଳକୁ ଖସି ପଡ଼ିଥିଲେ। ଫଳରେ ଗାଡ଼ିରେ ଥିବା ଲାଇଟ୍, ବାକ୍ସ ତଳେ ବହୁ ଲୋକ ଚାପି ହୋଇ ଯାଇଥିଲେ। ଖବର ପାଇ ତୁରନ୍ତ ବାଙ୍ଗିରିପୋଷି ପୁଲିସ୍, ଅଗ୍ନିଶମ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ସେମାନଙ୍କୁ ବାରିପଦାସ୍ଥିତ ପିଆରଏମ୍ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *