ଘୁଞ୍ଚିଲା ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

ଘୁଞ୍ଚିଲା ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

ଘୁଞ୍ଚିଲା ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । ଆସନ୍ତା ୨୨ ତାରିଖରେ ବୈଠକ ହେବ ବୋଲି ସୂଚନା ମିଳିଛି । ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ତୃତୀୟ ପଯ୍ୟାୟ ପ୍ରାର୍ଥୀ ତାଲିକା ଉପରେ ମୋହର ବାଜିବ । ଏଥର ପ୍ରାର୍ଥୀ ତାଲିକାରେ ଓଡ଼ିଶାର ପ୍ରାର୍ଥୀଙ୍କ ନାଁ ଆସିପାରେ । ଗତକାଲି ଓଡ଼ିଶାର ବିଜେପି ଟିକେଟ୍ ନେଇ ରାତି ଅଧ ପର‌୍ୟ୍ୟନ୍ତ ବୈଠକ ହୋଇଥିଲା । ରାଜ୍ୟ ନେତୃତ୍ୱଙ୍କ ସହ ରାତି ଅଧ ପର‌୍ୟ୍ୟନ୍ତ ବୈଠକ କରିଥିଲେ ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଅମିତ ଶାହ ଆସନ ୱାରୀ ଆଲୋଚନା କରିବା ସହ ପ୍ରତି ନିର୍ବାଚନମଣ୍ଡଳୀର ସ୍ଥିତି ବୁଝିଥିବା ସୂଚନା ମିଳିଛି । ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

author

Related Articles

Leave a Reply

Your email address will not be published. Required fields are marked *