ଚଳିତ ବର୍ଷ ଆର୍ଥିକ ବର୍ଷରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା । ଏପରି କିଛି ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ।’ ଏହାଦ୍ୱାରା ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳି ପାରିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମୋହନ ମାଝୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟରେ ଏହି ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ଘୋଷଣା କରିସାରିଛନ୍ତି । ଆମ ରାଜ୍ୟରେ କେନ୍ଦ୍ରର ଆୟୁଷ୍ମାନ ଭାରତ ଯୋଜନା ଓ ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଆକଳନ ଅନୁସାରେ ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।