ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଅନ୍ୟପଟେ ଆଜି ୫ ଜିଲ୍ଲାରେ ଝଡବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଏବଂ କଟକ । ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ବି ରହିଛି । ଅନ୍ୟପଟେ ଗତକାଲି ଗୋଟିଏ ଦିନରେ ୮ଜଣ ଅଂଶୁଘାତର ଶିକାର ହୋଇଛନ୍ତି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖରାରେ କ୍ରିକେଟ୍, ହକି ଓ ଫୁଟବଲ ଭଳି ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଏପଟେ ପାଣିପାଗ ବିଭାଗ ଆକଳନ କରିଛି, କାଳବୈଶାଖୀ ବର୍ଷା ଯୋଗୁ ଆଗାମୀ ଦୁଇ ଦିନ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ।

author

Related Articles

Leave a Reply

Your email address will not be published. Required fields are marked *