ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ରାଜ୍ୟରେ ଜାରି ରହିଛି ଅସହ୍ୟ ଗୁଳୁଗୁଳି । ଏହି ତାତି ଗରମରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । ଆଜିଠାରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ଯୋଗୁ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ହୋଇପାରେ । ଫଳରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ । ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, , ଗଜପତି, କୋରାପୁଟ,  ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶଶଖୀ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *