ତାତିରୁ ମିଳିଲା ସାମାନ୍ୟ ତ୍ରାହି

ତାତିରୁ ମିଳିଲା ସାମାନ୍ୟ ତ୍ରାହି

କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଗତକାଲି ରାଜ୍ୟର ୬ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଥିଲା । ପାରଳାଖେମୁଣ୍ଡିର ତାତି ସର୍ବାଧିକ ୩୭ ଡିଗ୍ରୀ ରହିଥିଲା । ଏହି ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଆଜି ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ଆଗାମୀ ୩ଦିନ ଯାଏଁ ବର୍ଷା ସମ୍ଭାବନା ଥିବାରୁ ଦିନର ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

author

Related Articles

Leave a Reply

Your email address will not be published. Required fields are marked *