ଦାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ଶୋକ

ଦାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ଶୋକ

ଓଡିଶା ରାଜନୀତିର ମହାଦ୍ରୁମ ତଥା ବିଜେଡିର ଭେଟେରାନ ନେତା ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦାମୋଦର ରାଉତଙ୍କ ଦେହାନ୍ତ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ସେବା ପାଇଁ ତାଙ୍କ କାର୍ଯ୍ୟ ସବୁବେଳେ ସ୍ମରଣୀୟ ହୋଇ ରହିବ । ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର । ତାଙ୍କ ପରଲୋକରେ ରାଜ୍ୟ ରାଜନୀତିର ଅପୂରଣୀୟ କ୍ଷତି ହୋଇଛି । ତାଙ୍କ ଦେହାନ୍ତ ସାରା ରାଜ୍ୟ ପାଇଁ ଦୁଃଖଦ ଖବର ।

author

Related Articles

Leave a Reply

Your email address will not be published. Required fields are marked *