ଦିଲ୍ଲୀରେ ହଟିବ ଆପ, ହେବ ବିଜେପି ସରକାର !

ଦିଲ୍ଲୀରେ ହଟିବ ଆପ, ହେବ ବିଜେପି ସରକାର !

ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି ସରକାରୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ସରକାରକୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ଦେଇଥିବା ଚିଠି ପାଇବା ପରେ ରାଷ୍ଟ୍ରପତି ମୁର୍ମୁ ଏହାକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପାଖକୁ ପଠାଇ ଦେଇଛନ୍ତି। ଏହା ଉପରେ ବିଚାର କରିବା ପାଇଁ ରାଷ୍ଟ୍ରପତି ମୁର୍ମ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟକୁ କହିଥିବା ଜଣାପଡ଼ିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲରେ ଥିବାରୁ ଏବେ ସାମ୍ୱିଧାନିକ ସଙ୍କଟ ଦେଖାଯାଇଛି ଓ ପ୍ରଶାସନିକ କାର୍ଯ୍ୟରେ ବିଳମ୍ବ ହେଉଛି। ତେଣୁ ଆପ୍‌ ସରକାରଙ୍କୁ ତୁରନ୍ତ ବରଖାସ୍ତ କରାଯାଉ ବୋଲି ବିଜେପି ବିଜେପି ପକ୍ଷରୁ ରାଷ୍ଟ୍ରପତିଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ରାଷ୍ଟ୍ରପତି ମୁର୍ମୁ ଏହି ଚିଠିକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ନିକଟକୁ ପଠାଇବା ପରେ ଆପ୍‌ ପକ୍ଷରୁ ବିଜେପିକୁ ତୀବ୍ର ସମାଲୋଚନା କରାଯାଇଛି। ଦିଲ୍ଲୀ ସରକାରକୁ ଆସନରୁ ହଟେଇବା ପାିଁ ବିଜେପି ଷଡଯନ୍ତ୍ର କରୁଥିବା ଅଭିଯୋଗ କରିଛି ଆପ ।

author

Related Articles

Leave a Reply

Your email address will not be published. Required fields are marked *